ରାଜଧାନୀ ଭୁବନେଶ୍ବରରୁ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ,୩୩୭ ସୁସ୍ଥ

ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀ ଭୁବନେଶ୍ବରରୁ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୮୪ ଜଣ କ୍ବାରାଣ୍ଟାଇନରୁ ଥିବାବେଳେ ୨୫୬ ଲୋକାଲ କଣ୍ଟାକ୍ଟ କେସ ରହିଛି । ୮୪ କ୍ବାରାଣ୍ଟାଇନର ଆକ୍ରାନ୍ତ ପୂର୍ବ ଆକ୍ରାନ୍ତଙ୍କ ସମ୍ପର୍କରେ ଆସିଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି।
Update on newly detected #COVID19 cases in the last
24 hrs under the BMC area on 1st Oct 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/fRwz2E0Eyy— BMC (@bmcbbsr) October 1, 2020
ଆଜିର ୩୪୦ଟି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୨,୨୩୫ରେ ପହଞ୍ଚିଛି। ଏଥିରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୩୫୩୬ ରହିଛି । ସେହିପରି ଆଜି ୩୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ତିନିଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହିତ ଭୁବନେଶ୍ବରରେ ମୋଟ ସୁସ୍ଥସଂଖ୍ୟା ୧୮୫୮୫ ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୯୬ ଛୁଇଁଛି ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।