ରାଜ୍ୟରେ ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ, ୬ ଜଣଙ୍କର ଗଲା ଜୀବନ

କେନ୍ୟୁଜ୍(ବ୍ୟୁରୋ):  ଆଜି ରାଜ୍ୟରେ ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୯ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ ୧୬୪ ଜଣ ଲୋକାଲ କଣ୍ଟାକ୍ଟ କେସରୁ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ସୁସ୍ଥ  ହୋଇଛନ୍ତି ୩ ଲକ୍ଷ ୧୫ହଜାର ୨୭୦ ଜଣ ଓ ଆକ୍ଟିଭ କେସ୍ ରହିଛି ୪୧୦୨ ଜଣ।


ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ  ଅନୁଗୁଳ ଜିଲ୍ଲାରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୧୧ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୯ଜଣ, ବଲାଙ୍ଗୀରରୁ ୨୩ଜଣ, କଟକରୁ ୨୫ଜଣ, ଦେବଗଡ଼ରୁ ୧୭ଜଣ, ଢେଙ୍କାନାଳରୁ ୬ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତ୍‌ସିଂହପୁରରୁ ୧୧ ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୧୨ଜଣ, କଳାହାଣ୍ଡିରୁ ୨୭ ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୨ଜଣ, କେନ୍ଦୁଝରରୁ ୮ଜଣ, ଖୋର୍ଦ୍ଧାରୁ ୪୯ଜଣ, କୋରାପୁଟରୁ ୭ଜଣ, ମାଲକାନଗିରିରୁ ୪ଜଣ, ମୟୂରଭଞ୍ଜରୁ ୩୨ଜଣ, ନୟାଗଡ଼ରୁ ୪ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ଏଣେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତଙ୍କର  ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.