ରାଜ୍ୟ

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲରେନ୍ସ, ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

କେନ୍ୟୁଜ୍(ବ୍ୟୁରୋ):  ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି। ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର। ଦୁଇ ଜଣ ପ୍ରଶାସନିକ ଅଧିକାରୀ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀ ସଂପଦ ଅଧିକାରୀ ଅଛନ୍ତି । ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଜାନକୀ ନାଥ ମିଶ୍ରଙ୍କ ନାଁରେ ଦୁଇଟି ମାମଲା ରହିଛି। ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଆକୂଳ ମଲ୍ଲିକ ନାଁରେ ଗୋଟିଏ ଦୁର୍ନୀତି ମାମଲା ରହିଛି।

ଢେଙ୍କାନାଳ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥି ବିରୋଦ୍ଧରେ ଦୁଇଟି ଦୁର୍ନୀତି ମାମଲା ରହିଛି। ସେହିପରି ନୂଆପଡ଼ାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀ ଡ. ତ୍ରିଲୋଚନ ଧଳଙ୍କ ନାଁରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଏ ପର୍ଯ୍ୟନ୍ତ ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

KNews Bureau

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

2 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

2 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

3 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

5 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

5 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

5 hours ago