ସୁନ୍ଦରଗଡ଼ ଜିଲ୍ଲାରୁ ୫୨ କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆଜି ୪୦୬  ଆକ୍ରାନ୍ତ କରୋନାରୁ  ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଆଜି ୪୦୬  ଆକ୍ରାନ୍ତ କରୋନାରୁ  ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କ ମଧ୍ୟରେ  ସୁନ୍ଦରଗଡ଼ ଜିଲ୍ଲାରୁ ଆଜି ୫୨, କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି  ଖୋର୍ଦ୍ଧା ଜିଲ୍ଲାରୁ ୪୨, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ , କଟକ ଜିଲ୍ଲାରୁ ୨୭ , ସମ୍ବଲପୁର ଜିଲ୍ଲାରୁ ୨୬ , ବଲାଙ୍ଗୀର, ଯାଜପୁର ଜିଲ୍ଲାରୁ ୨୪ ଜଣ ଲେଖାଏଁ, ମୟୂରଭଂଜ ଜିଲ୍ଲାରୁ ୨୨, ପୁରୀ ଜିଲ୍ଲାରୁ ୧୮ , ବରଗଡ଼ ଜିଲ୍ଲାରୁ ୧୭ ଜଣ, ଅନୁଗୁଳ ଜିଲ୍ଲାରୁ ୧୫, ବାଲେଶ୍ୱର ଜିଲ୍ଲାରୁ ୧୧  ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଦେବଗଡ଼ରୁ ୯, ନବରଂଗପୁର ଜିଲ୍ଲାରୁ ୯ , ନୂଆପଡ଼ା ଜିଲ୍ଲାରୁ ୮, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ୬ ଜଣ ଲେଖାଏଁ, ଜଗତସିଂହପୁର, ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ଭଦ୍ରକ, ଗଂଜାମ, ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୨ , ବୌଦ୍ଧ, ଗଜପତି, କୋରାପୁଟ, ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୧ ଜଣ ସୁସ୍ଥ ହୋଇଛନ୍ତି।  ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୩୭୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.