ସଂକ୍ରମଣ ବଢୁଥିବାବେଳେ ଆଜି ଓଡ଼ିଶାରେ ସୁସ୍ଥ ହେଲେ ୪୦୮୯ ସଂକ୍ରମିତ

ଭୁବନେଶ୍ୱର (କେନ୍ୟୁଜ) : ଯେମିତି ଯେମିତି କରୋନା ସଂକ୍ରମଣ ବଢୁଛି ସେମିତି ସେମିତି ଆକ୍ରାନ୍ତ ସୁସ୍ଥ ମଧ୍ୟ ହେଉଛନ୍ତି। ଆଜି ରାଜ୍ୟରେ ଆଉ ୪୦୮୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୩ ଲକ୍ଷ ୭୧ ହଜାର ୨୦୦ ଜଣ ସୁସ୍ଥ ହୋଇସାରିଲେଣି । ଏହାକୁ ନେଇ ଟ୍ବିଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଥିରେ ଖୋର୍ଦ୍ଧାରୁ ସର୍ବାଧିକ ୭୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଦୈନିକ ସଂକ୍ରମଣ ସଂଖ୍ୟା ଦିନକୁ ଦିନ ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୦୧୨୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୫୦୯୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.