ଆଜି ଭୁବନେଶ୍ବରରୁ ୬୯ ନୂଆ କରୋନା ପଜିଟିଭ ଚିହ୍ନଟ, ୧୮୦ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କ୍ବାରେଣ୍ଟାଇନରୁ ଓ ୫୫ ଜଣ ଲୋକାଲ କଣ୍ଟାକ୍ଟ କେସରୁ ଅଛନ୍ତି। ସେହିଭଳି ଆଜି ଆଜି ୧୮୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି।

Image

ସୂଚନା ଅନୁସାରେ କ୍ବାରେଣ୍ଟାଇନରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ପୁରୁଣା ଭୁବନେଶ୍ୱର, ୟୁନିଟ-୯, ବରମୁଣ୍ଡା, ଡୁମଡୁମା, ନୟାପଲ୍ଲୀ, ଚନ୍ଦ୍ରଶେଖରପୁରରୁ ଅନେକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Image

ଏମାନଙ୍କୁ ମିଶାଇ ଭୁବନେଶ୍ୱରରୁ ଆଜି ପର‌୍ୟ୍ୟନ୍ତ ୨୯ ହଜାର ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୭ ହଜାର ୧୩୮ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୧ ହଜାର ୫୦ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୭୦ ଜଣଙ୍କର ମୃତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.