Below header

ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୯୭୦୬ କରୋନା ଆକ୍ରାନ୍ତ, ଜାଣନ୍ତୁ କୋଉଠୁ କେତେ

ଭୁବନେଶ୍ୱର (କେନ୍ୟୁଜ୍‌) : ଦିନକୁ ଦିନ କରୋନାର ଦୈନିକ ସଂକ୍ରମଣ ଚିନ୍ତା ବଢ଼ାଉଥିବାବେଳେ ଆଜି ସ୍ୱାସ୍ଥ୍ୟ ବିଭାଗ ଆସ୍ୱସ୍ତିକର ଖବର ଆଣିଦେଇଛି। ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭୦୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୪ ଳକ୍ଷ ୫୭ ହଜାର ୫୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭୮୭ ଜଣ ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦୦୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୪୮୭୩ ରେ ପହଞ୍ଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.