ଆସୁଛି ଆଉ ଏକ ଲଘୁଚାପ:ରାଜ୍ୟରେ ଅଧିକ ସକ୍ରିୟ ହେବ ମୌସୁମୀ, ଅଧିକାଂଶ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ।

ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ୍‌, ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ୧୪ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.