୧୯ରେ ଆସୁଛି ଆଉ ଏକ ଲଘୁଚାପ, ଲଗାଣ ବର୍ଷାରେ ଅର୍ଦ୍ଧାଧିକ ଜିଲ୍ଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ବର: ଆସନ୍ତା ୧୯ରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ଓ ୧୯ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଓଡ଼ିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ଅର୍ଦ୍ଧାଧିକ ଜିଲ୍ଲାରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି । ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଛି ବର୍ଷା ବିତ୍ପାତ ।

ସେପଟେ ମିଳିଥିବା ସୂଚନା ମୁତାବକ, ଆସନ୍ତାକାଲି ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଏବଂ ୧୯ରେ କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁର , ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.