Below header

ପୁଣି ଆସୁଛି ଲଘୁଚାପ ! ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି

ପୁଣି ଆସୁଛି ଲଘୁଚାପ। ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଗ ଅନୁକୂଳ ହେବ ବୋଲି ସମ୍ଭାବନା ରହିଛି। ଏନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ ପୂର୍ବନୁମାନ କରିଛନ୍ତି । ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୋଳ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ଭୁବନେଶ୍ୱର (କେନ୍ୟୁଜ): ପୁଣି ଆସୁଛି ଲଘୁଚାପ। ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଗ ଅନୁକୂଳ ହେବ ବୋଲି ସମ୍ଭାବନା ରହିଛି। ଏନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ ପୂର୍ବନୁମାନ କରିଛନ୍ତି । ଉତ୍ତର-ପୂର୍ବ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୋଳ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ଏପଟେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଗତକାଲି ଶାହଜାହନପୁର, ମୁଜାଫର୍ପୁର, ପୂର୍ଣ୍ଣିଆ, ବଙ୍କୁରା ହୋଇ ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଲମ୍ବିଛି। ଫଳରେ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହୋଇପାରେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.