ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ମୌସୁମୀ ବାୟୁ ସକ୍ରିୟ ହେବା ଆଶା

କେନ୍ୟୁଜ୍(ବ୍ୟୁରୋ):  ପୁଣି ଲଘୁଚାପ ସମ୍ଭାବନା । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଚଳିତ ମାସ ୧୯ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ । ଏହା ଦିନେ କି ଦୁଇ ଦିନ ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବ । ତେବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପପୁଞ୍ଜ ଓ ଏହାର ନିକଟବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ହେବା ଆଶା କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.