ଆସୁଛି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

କେନ୍ୟୁଜ(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଅକ୍ଟୋବର ୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା କ୍ରମଶଃ ଉତ୍ତରପଶ୍ଚିମରେ ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଉପକୂଳକୁ ଗତି କରିବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ଘନୀଭୂତ ହୋଇ ୨-୩ଦିନରେ ଡିପ୍ରେସନ୍‌ରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୧୧ରୁ ୧୩ତାରିଖ ମଧ୍ୟରେ ପ୍ରବଳ ବର୍ଷାର ଅନୁମାନ ରହିଛି।

ଏପଟେ ଲଘୁଚାପ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ୭ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୧ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, କୋରାପୁଟ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଦେବଗଡ଼, ଗଜପତି ଓ ସୋନପୁର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଯାଇଛି । ପ୍ରବଳ ବର୍ଷା ଯୋଗୁ ଟ୍ଵନ୍‌ସିଟିର ହାଲ ବେହାଲ । ଭୁବନେଶ୍ୱର ଓ କଟକରେ ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି ।

 

Leave A Reply

Your email address will not be published.