ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି, ଆଜି ପାଇଁ ୨ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷକରି ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲାରେ ଗତକାଲି ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଥିବାବେଳେ ଆଜି ଆହୁରି ବଢ଼ିବା ସମ୍ଭାବନା ରହିଛି ।

ଆଜି ପାଇଁ ୨ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି । ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ରକୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି।

You might also like