ରାଜ୍ୟ

୧୬ରେ ସୃଷ୍ଟି ହୋଇପାରେ ଲଘୁଚାପ ! ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପାନ୍ତରୁ ଉପକୂଳ ଜାରି ରହିଛି ବର୍ଷା। ଆସନ୍ତା ୧୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଭଲ ବର୍ଷା ଆଣିପାରେ । ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏବେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ।

ଆଜି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୮ ଓ ୯ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୧୦ରୁ ପୁଣି ଥରେ ବର୍ଷାର ପରିମାଣ ବୃଦ୍ଧି ହୋଇପାରେ । ସେପଟେ ଜୁନ୍‌ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

 

 

Barsha

Recent Posts

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

12 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

35 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

45 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

49 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

52 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

60 mins ago