Below header

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆହୁରି ୨ଦିନ ପ୍ରବଳ ବର୍ଷିବ

କେନ୍ୟୁଜ୍(ବ୍ୟୁରୋ):  ଆସୁଛି ଆଉ ଏକ ଲଘୁଚାପ । ରାଜ୍ୟରେ ଏବେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଦେଖାଦେଇଛି।   ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆହୁରି ୨ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି ପ୍ରଦୀପ ଜେନା । ବିଶେଷକରି ରାଜ୍ୟର ୯ ଜିଲ୍ଲା ତଥା ବରଗଡ଼, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଦେଓଗଡ, ଅନୁଗୁଳ, ବୌଦ୍ଧ, ନଳଆପଡା ଓ ସୋନପୁରରେ ଅଧିକ ବର୍ଷା ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ ହୋଇଛି। ଏହାସହ ରାଜ୍ୟର ସମସ୍ତ ବନ୍ଦର ପାଇଁ ଜାରି ହୋଇଛି ୩ ନମ୍ବର ସତର୍କ ସୂଚନା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.