ଆସନ୍ତାକାଲି ସୁଦ୍ଧା ଆସୁଛି ପୁଣି ଏକ ଲଘୁଚାପ ! ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୪ ଓ ୨୫ ତାରିଖରେ ବଢିବ ବର୍ଷା ପରିମାଣ।

୨୪ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ , ମୟୂରଭଂଜ, କେନ୍ଦୁଝର ଓ ଢେଙ୍କାନାଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ଏସ୍‌ଆର୍‌ସି। ଫଳରେ ୨୬ ତାରିଖ ପର୍ଯ୍ୟନ୍ତ ୪ ଦିନ ପ୍ରବଳ ବର୍ଷା ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.