ଆସନ୍ତା ୧୧ରେ ଆସୁଛି ଆଉ ଏକ ଲଘୁଚାପ, ଏହା ପୂର୍ବରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲାଗିରହିବ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ୧୧ରେ ଆସୁଛି ଲଘୁଚାପ। ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ସଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହାକି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ ଏହା ପୂର୍ବରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗିରହିବ।

ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବ। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଜି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବାଲେଶ୍ଵରଠାରୁ ପୁରୀ ପର୍ଯ୍ୟନ୍ତ ଉପକୂଳବର୍ତ୍ତି ଜିଲ୍ଲା ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ ଓ ସୋନପୁରର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଓଡ଼ିଶାରେ ମୌସୁମୀ ସକ୍ରିୟ ଥିବାବେଳେ ୫ ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.