ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି, ପଶ୍ଚିମ ଓଡ଼ିଶାରେ ୩ ଦିନ ଯାଏଁ ଭାରି ବର୍ଷା ସମ୍ଭାବନା

ଭୁବନେଶ୍ୱର( କେ ନ୍ୟୁଜ): ଲଘୁଚାପ ପରେ ଲଘୁଚାପ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଜଣାଯାଇଛି । ପଶ୍ଚିମ କେନ୍ଦ୍ରୀୟ ତଥା ଉତ୍ତର – ଆନ୍ଧ୍ର ଉପକୂଳ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତାକାଲି ଏହା ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ଓଡ଼ିଶାର ପଶ୍ଚିମରେ ସୀମାନ୍ତରେ ୩ ଦିନ ପର୍ଯ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ ଭାବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର,ଗଜପତି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ରାୟଗଡ଼ା,କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.