ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଲା

ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ଓଡିଶାରୁ ପ୍ରଥମ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଥିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ବହୁବିଧ ରୋଗରେ ପୀଡ଼ିତ ବୟସ୍କ ମାନେ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଜନଗହଳି ସ୍ଥାନକୁ ଯିବା ବେଳେ ମଧ୍ୟ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି।

ଡିସେମ୍ବର ୩ ତାରିଖରେ ରାଜ୍ୟରେ ଶେଷ ଥର ପାଇଁ ପଜିଟିଭ ଚିହ୍ନଟ ହୋଇଥିଲେ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.