ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା, ଆଚାର୍ଯ୍ୟବିହାରରେ ଭଡ଼ା ଘରୁ ଉଦ୍ଧାର ହେଲା ମୃତଦେହ

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ଆଚାର୍ଯ୍ୟବିହାରର ଏକ ଭଡ଼ା ଘରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର। ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ମିଳିଛି। ମୃତ ଛାତ୍ରୀ ଜଣକ ଏକ ଘରୋଇ ଇଞ୍ଜିନିୟରି କଲେଜରେ ଏମସିଏ ପଢୁଥିବା ଜଣାପଡ଼ିଛି ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ କରୁଛି। ଛାତ୍ରୀ ଜଣକ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତାହା ଅସ୍ପଷ୍ଟ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.