Categories: ରାଜ୍ୟ

ଅନୁଭବ ମହାନ୍ତିଙ୍କ ଶିକ୍ଷାଗତ ଯୋଗ୍ୟତା ବିବାଦ, କଂଗ୍ରେସକୁ ଜବାବ ଦେଲେ ସାଂସଦ ଅନୁଭବ ମହାନ୍ତି

କେନ୍ୟୁଜ୍(ବ୍ୟୁରୋ): ସାଂସଦ ଅନୁଭବ ମହାନ୍ତିଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ଉଠିଛି ବିବାଦ । ଅନୁଭବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି । ଯାହାର ଜବାବ ଦେଇଛନ୍ତି ଅନୁଭବ ମହାନ୍ତି । ସେ କହିଛନ୍ତି କଂଗ୍ରେସର ଅଭିଯୋଗରେ କୌଣସି ସତ୍ୟତା ନାହିଁ, ଏହା ସମ୍ପୂର୍ଣ୍ଣ ଭିତ୍ତିହୀନ । ନିର୍ବାଚନ ସମୟରେ ନିର୍ବାଚନ କମିଶନଙ୍କୁ ଦେଇଥିବା ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତା ସମ୍ପୂର୍ଣ୍ଣ ଠିକ୍‌ ରହିଛି । ମୋ ବିରୋଧରେ କଂଗ୍ରେସ ମିଛ ଷଡଯନ୍ତ୍ର କରୁଛି । କିଛିଦିନ ତଳେ କେନ୍ଦ୍ରାପଡାରେ ହୋଇଥିବା ୟୁଥ୍‌ କନକ୍ଲେଭ କାର୍ଯ୍ୟକ୍ରମ ସଫଳ ହୋଇଥିବାରୁ ଏହାକୁ କଂଗ୍ରେସ ହଜମ କରିପାରୁନାହିଁ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ରାଜ୍ୟ ସରକାର କେନ୍ଦ୍ରାପଡାର ବିକାଶ କାର୍ଯ୍ୟ ଚାଲିଛି । ବିଜେଡି ବହୁ ବ୍ୟବଧାନରେ ଜିତିଥିବାରୁ ବିରୋଧୀ ଏଭଳି ଅପପ୍ରଚାର କରୁଥିବା କହିଛନ୍ତି ସାଂସଦ ଅନୁଭବ ମହାନ୍ତି ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

47 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago