ରାଜ୍ୟ

ଅନୁଭବଙ୍କ ଛାଡ଼ପତ୍ର ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ, ବର୍ଷାଙ୍କୁ ନୋଟିସ୍ ଜାରି

କଟକ ( କେନ୍ୟୁଜ): କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଛାଡ଼ପତ୍ର ଆବେଦନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। ଏହି ମାମଲାରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ। ତଳ କୋର୍ଟର ରେକର୍ଡ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେବେ ଦେଇଛନ୍ତି । ନଭେମ୍ବର ୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

ସେପଟେ ଆଜି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ ଅନୁଭବ। କଟକ ପରିବାର ଅଦାଲତ ରାୟକୁ ହାଇକୋର୍ଟରେ ଚାଲେଞ୍ଜ କରିଛନ୍ତି ସାଂସଦ ସୁପରଷ୍ଟାର ଅନୁଭବ ମହାନ୍ତି। ପରିବାର ଅଦାଲତର ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା ଦାୟର କରିଛନ୍ତି।

ଗତ ସେପ୍ଟେମ୍ବର ୨୨ ତାରିଖରେ ରାୟ ଶୁଣାଇଥିଲେ କଟକ ପରିବାର ଅଦାଲତ। ପତ୍ନୀ ବର୍ଷାଙ୍କୁ ଛାଡପତ୍ର ଦେବା ପାଇଁ ଆବେଦନ କରିଥିଲେ ଅନୁଭବ। ତେବେ ଏହି ଆବେଦନକୁ ଖାରଜ କରିଥିଲେ କୋର୍ଟ। ପତ୍ନୀ ବର୍ଷା ମଧ୍ୟ ଏକତ୍ର ରହିବା ପାଇଁ ଏକ ପିଟିସନ କରିଥିଲେ । ସେହି ପିଟିସନକୁ ମଧ୍ୟ ଅଗ୍ରାହ୍ୟ କରିଦେଇଥିଲେ ପରିବାର ଅଦାଲତ। ଆଇନଜୀବୀ ଲଳିତେନ୍ଦୁ ମିଶ୍ରଙ୍କ ଜରିଆରେ ହାଇକୋର୍ଟରେ ଅନୁଭବ ମହାନ୍ତି ଏହି ଆବେଦନ କରିଛନ୍ତି ।

Barsha

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

11 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

24 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

25 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

10 hours ago