Below header

ଏସଡିଜେଏମ୍‌ କୋର୍ଟରେ ହାଜର ହେଲେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ, କଡ଼ାକଡ଼ି ଥିଲା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ହାଜର ହେଲେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ । ଫିଲ୍ମ ପ୍ରଯୋଜକ  ଆଣିଥିବା ବ୍ଲାକମେଲିଂ ମାମଲାରେ ବ୍ୟକ୍ତିଗତ ଭାବରେ ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି ଅର୍ଚ୍ଚନା । କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । SDJM କୋର୍ଟରେ ଜାମିନ୍‌ ଆବେଦନ କରିଛନ୍ତି ଅର୍ଚ୍ଚନା । ଅର୍ଚ୍ଚନାଙ୍କ ଓକିଲ ଦେବାଶିଷ ମହାନ୍ତି ଜାମିନ ଅବେଦନ କରିଛନ୍ତି ।

ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ନାଁରେ ବ୍ଲାକମେଲିଂ ଅଭିଯୋଗ ଆଣିଥିଲେ ସିନେ ପ୍ରଯୋଜକ । ଅଶ୍ଳୀଳ ଭିଡିଓ ଭାଇରାଲ୍‌ କରିବାକୁ ଧମକ ଦେବା ସହ ପ୍ରଯୋଜକଙ୍କୁ ୩ କୋଟି ଟଙ୍କା ମାଗିଥିଲେ । ଏନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଥିଲା । ଏହି ମାମଲାରେ ତାଙ୍କୁ ଟ୍ୟାଗ୍‌ କରାଯାଇଛି । ପୂର୍ବରୁ ଖଣ୍ଡଗିରି ଥାନାରେ ହୋଇଥିବା ଅଭିଯୋଗ ଆଧାରରେ ଗତ ଅକ୍ଟୋବର ୬ ତାରିଖରେ ଅର୍ଚ୍ଚନାଙ୍କୁ ପୋଲିସ ଗିରଫ କରିଥିଲା । ଏହାପରେ ସେ ଭୁବନେଶ୍ୱର ଝାରପଡ଼ା ଜେଲରେ ଅଛନ୍ତି । ଗତ ୨୧ ତାରିଖରେ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁକୁ ଗିରଫ କରିଥିଲା ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.