ଭିଜିଲାନ୍ସ ଜାଲରେ ଏଆରଆଇ, ଦୁଇଟି ସ୍ଥାନରେ ଚାଲିଛି ରେଡ୍

ଖୋର୍ଦ୍ଧା : ଭିଜିଲାନ୍ସ ଜାଲରେ ଏଆରଆଇ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଭୂମିହୀନ ଗରିବ ଲୋକଙ୍କୁ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ କୈଳାସ ।

ବସୁନ୍ଧରା ଯୋଜନାରେ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ ।   ୨୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି ।  ଲାଞ୍ଚ ଧରାପଡ଼ିବା ପରେ ତାଙ୍କର ଦୁଇଟି ସ୍ଥାନରେ ରେଡ୍ ଚାଲିଛି।  ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ରେଡ୍ ହେଉଛି  ।

ତାଙ୍କ ନାଁରେ ମାମଲା ରୁଜୁ କରିଛି ଭିଜିଲାନ୍ସ ।  ପୂର୍ବରୁ ୨୦୧୬ରେ ଗିରଫ ହୋଇଥିଲେ କୈଳାସ ଚନ୍ଦ୍ର ବେହେରା । ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ ହୋଇଥିଲେ ।