ରାଜ୍ୟ

ବନ୍ଧୁକ ଦେଖାଇ ଲୁଟିନେଲେ ସର୍ବସ୍ୱ, ୮ ଲକ୍ଷର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍‌ ଅଭିଯୋଗ

ନବରଙ୍ଗପୁର (କେନ୍ୟୁଜ): ବନ୍ଧୁକ ମୁନରେ ଲୁଟ୍ । ନବରଙ୍ଗପୁର ଡଙ୍ଗରଭେଜା ଗାଁରେ ଲକ୍ଷାଧିକ ଟଙ୍କା ଏବଂ ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ନବରଙ୍ଗପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଡଙ୍ଗରଭେଜା ଗାଁରେ ଶିକ୍ଷୟିତ୍ରୀଙ୍କ ଘରେ ପଶି ସୁନାଗହଣା ଲୁଟିନେଇଛନ୍ତି ୮ ଦୁର୍ବୃତ୍ତ ।

ଅଭିଯୋଗ ଅନୁସାରେ ଗତକାଲି ରାତିରେ ଆଠ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ଘରେ ତାଲା ଭାଙ୍ଗି ପଶି ଥିଲେ ଏବଂ ଘରେ ଉପସ୍ଥିତ ଥିବା ଶିକ୍ଷୟିତ୍ରୀ ଓ ତାଙ୍କ ସ୍ୱାମୀ ସହ ଛୋଟ ଛୁଆଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ଧମକାଇବା ସହ ଯାହା ଅଛି ଦେବାକୁ କହିଥିଲେ । ଏହା ସହ ବ୍ୟବସାୟୀ ସୁନୀଲ ସାହୁଙ୍କ ରୁମ ବିଷୟରେ ପଚାରି ସେଠି ମଧ୍ୟ ତନାଘନା କରିଥିଲେ । ଲୁଟ ହୋଇଥିବା ଟଙ୍କା ଓ ସୁନାଗହଣାର ଆନୁମାନିକ ମୂଲ୍ୟ ପ୍ରାୟ ୭ ଲକ୍ଷଟଙ୍କା ହବ ବୋଲି ଜଣାପଡିଛି।

ଲୁଟ କରିବାକୁ ଆଠ ଜଣ ଦୁର୍ବୃତ୍ତ ଆସିଥିବା ବେଳେ ଛଅ ଜଣ ଡକାୟତଙ୍କ ହାତରେ ବନ୍ଧୁକ ଥିବା ବେଳେ ଦୁଇ ଜଣଙ୍କ ହାତରେ ଖଣ୍ଡା ଥିବା କହିଛନ୍ତି ଶିକ୍ଷୟିତ୍ରୀଙ୍କ ସ୍ୱାମୀ । ଡକାୟତ ମାନେ ଘରେ ଥିବା ଛୋଟ ପିଲା ଏବଂ ଦୁଇଜଣ ସ୍ୱାମୀ ସ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ ଧମକ ଦେବା ସହ ଘରେ ଯାହା ଅଛି ଦେବାକୁ କହିଥିଲେ ନଚେତ ସେମାନଙ୍କୁ ମାରି ଦିଆଯିବ ବୋଲି କହିଥିଲେ । ତେବେ ଘରୁ ସମସ୍ତ ଟଙ୍କା ସୁନା ନେଇ ଡକାୟତ ମାନେ ଚାଲିଯାଇଥିବା ବେଳେ ଏନେଇ ଡଙ୍ଗରଭେଜା ଫାଣ୍ଡିରେ ଅଭିଯୋଗ ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago