Below header

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ, ବାଣପୁର ସବଜେଲ୍‌ରୁ ଭୁବନେଶ୍ୱର ସ୍ଥାନାନ୍ତର

ଖୋର୍ଦ୍ଧା(କେନ୍ୟୁଜ): ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ। ବିଳମ୍ବିତ ରାତିରେ ବାଣପୁର ସବଜେଲ୍‌ରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଏନେଇ ଖୋର୍ଦ୍ଧା ଏସ୍‌ପି ଅଲେଖ ଚନ୍ଦ୍ର ପହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ମଧ୍ୟରାତ୍ରରେ ସେ ଅସୁସ୍ଥ ଅନୁଭବ କରିଥିଲେ।

ବାଣପୁର ମେଡିକାଲ ଅଧିକାରୀ ସବଜେଲ ଯାଇ ବିଧାୟକଙ୍କ ଚିକିତ୍ସା କରିଥିଲେ। ବିଧାୟକଙ୍କ ଉଚ୍ଚ ରକ୍ତଚାପ, ମଧୁମେହ, ମୁଣ୍ଡ ବୁଲାଇ ହେବା ଓ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ମେଡିକାଲ ଅଧିକାରୀଙ୍କ ପରାମର୍ଶକ୍ରମେ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଛି। ହସ୍‌ପିଟାଲରେ ପୋଲିସ କର୍ମଚାରୀ କଡା ପହରା ଦେଉଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.