ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖୀ, ଘଡ଼ଘଡ଼ି ସହ ହେବ କୁଆପଥର ବର୍ଷା

ଭୁବନେଶ୍ୱର: ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉତ୍ତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଆଭ୍ୟନ୍ତର ଅଞ୍ଚଳରେ ଥିବା ପାଖାପାଖି ୧୫ଟି ଜିଲ୍ଲାରେ ହେବ କାଳବୈଶାଖୀ। ଘୂର୍ଣ୍ଣିଝଡ଼ ହେବା ସହ ଘଡ଼ଘଡ଼ି ଏବଂ କୁଆପଥର ବର୍ଷା ସମ୍ଭାବନା ରହିଛି। ତେବେ, ଏଥିମଧ୍ୟରୁ ୭ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ପ୍ରଭାବ ଅଧିକ ଦେଖିବାକୁ ମିଳିବାର ସମ୍ଭାବନା ରହିଛି ।

ତେଣୁ, ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୭ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ନୂଆପଡ଼ା, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବା ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.