ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଅଶ୍ବିନୀ ବୈଷ୍ଣବ

ପୁଣିଥରେ ପ୍ରାର୍ଥୀ ହେଲେ ଅଶ୍ୱିନୀ ବୈଷ୍ଣବ। ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟସଭା ତୃତୀୟ ପ୍ରାର୍ଥୀଙ୍କୁ ନେଇ ସସପେନ୍ସ ହଟିଲା । ପୁଣିଥରେ ପ୍ରାର୍ଥୀ ହେଲେ ଅଶ୍ୱିନୀ ବୈଷ୍ଣବ। ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି।  ରାଜ୍ୟସଭା ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲର ଶେଷ ଦିନଥିବା ବେଳେ ଆଜି ଅଶ୍ବିନୀ ବୈଷ୍ଣବଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ କମିଟି ଅଶ୍ବିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ।

ପୂର୍ବରୁ ବିଜେଡି ପକ୍ଷରୁ ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ଗତକାଲି ନାମାଙ୍କନ ଭରି ସାରିଛନ୍ତି । ତୃତୀୟ ପ୍ରାର୍ଥୀକୁ ନେଇ BJD କାର୍ଡ ଖୋଲିବା ନେଇ କୁହାଯାଉଥିବା ବେଳେ ଏବେ ବିଜେପି ଅଶ୍ବିନୀଙ୍କ ନାଁ ଘୋଷଣା କରିଛି । ଆଉ ଶାସକ ବିଜେଡି ଅଶ୍ବିନୀଙ୍କୁ ସମର୍ଥନ କରିବା ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.