ରାଜ୍ୟ

ଟାଇମ୍‍ସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍‍ସିଟି ରାଙ୍କିଂ, ପୁଣି ଥରେ ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ବଜାୟ ରଖିଲା କିଟ୍‍

କେନ୍ୟୁଜ୍(ବ୍ୟୁରୋ):ଦି ଟାଇମ୍‍ସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍‍ସିଟି ରାଙ୍କିଂ ୨୦୨୨ରେ କିଟ୍‍ ବିଶ୍ୱବିଦ୍ୟାଳୟ ଉତ୍ତମ ପ୍ରଦର୍ଶନ କରିଛି। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ‘ଦି ଟାଇମ୍‍ସ ହାଇଅର ଏଜୁକେସନ୍‍’ ପକ୍ଷରୁ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ରାଙ୍କିଂ ଫଳଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‍ ୭ଟି ସ୍ଥାନ ଉପରକୁ ଉଠି ୨୪ତମ ସ୍ଥାନରେ ରହିଛି। କିଟ୍‍ର ଓଭରାଲ୍‍ ସ୍କୋର ୩୨+ ରହିଥିବା ବେଳେ ସମଗ୍ର ଏସିଆ ମହାଦେଶରେ କିଟ୍‍ ୨୦୧+ ରାଙ୍କିଂ ବଜାୟ ରଖିଛି । ଭାରତର ଅଳ୍ପ କେତେକ ଖ୍ୟାତି ସମ୍ପନ୍ନ ବିଶ୍ୱବିଦ୍ୟାଳୟ ଏହି ରାଙ୍କରେ ରହିଛନ୍ତି।

ଜେନେରାଲ୍‍ ଇଂଜିନିୟରିଂର ଓଭରାଲ୍‍ ବର୍ଗରେ ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୨ତମ ସ୍ଥାନକୁ ଉନ୍ନୀତ ହୋଇ କିଟ୍‍ ଦେଶର ବିଭିନ୍ନ ଆଇଆଇଟି, ଏନ୍‍ଆଇଟି ଓ ଖ୍ୟାତି ସମ୍ପନ୍ନ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜର ଟେକ ବଜାୟ ରଖିଛି। ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ସାଇଟେସନ୍‍, ଗବେଷଣା, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଓ ଇଣ୍ଡଷ୍ଟ୍ରି ଇନ୍‍କମ୍‍ ଆଦି ବିଭିନ୍ନ ମାନଦଣ୍ଡକୁ ନେଇ ବିଶ୍ୱବିଦ୍ୟାଳୟଗୁଡ଼ିକର ରାଙ୍କିଂ କରାଯାଇଛି।

ଟାଇମ୍‍ସ ହାଇଅର୍‍ ଏଜୁକେସନ୍‍ ପକ୍ଷରୁ ୫୦ବର୍ଷ ମଧ୍ୟରେ ପ୍ରତିଷ୍ଠା ଲାଭ କରିଥିବା ଏସିଆର ଲବ୍‍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏହି ଚୟନ ପ୍ରକ୍ରିୟାରେ ସାମିଲ୍‍ କରାଯାଇଛି। ସୂଚନାଯୋଗ୍ୟ, କିଟ୍‍ ୨୫ ବର୍ଷର ଅନୁଷ୍ଠାନ ଓ ମାତ୍ର ୧୮ବର୍ଷର ବିଶ୍ୱବିଦ୍ୟାଳୟ ଭାବେ ଉପରୋକ୍ତ ସମସ୍ତ ମାନଦଣ୍ଡକୁ ପୂରଣ କରି ୨୦୧+ ରାଙ୍କିରେ ରହିଛି। ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ଚଳିତବର୍ଷ କରାଯାଇଥିବା ଏସିଆ ୟୁନିଭର୍‍ସିଟି ରାଙ୍କିଂ ହେଉଛି ଏକ ବିଶ୍ୱସ୍ତରୀୟ ପ୍ରଦର୍ଶନ ତାଲିକା।

ଏହା ପୂର୍ବରୁ କିଟ୍‍ ଅନ୍ତର୍ଜାତୀୟସ୍ତରରେ ହେଉଥିବା ବିଭିନ୍ନ ରାଙ୍କିଂରେ ଲଗାତାର ନିଜର ଉତ୍ତମ ପ୍ରଦର୍ଶନ କରିଆସୁଛି। ଏହି ସଫଳତା ପାଇଁ କିଟ୍‍ ଓ କିସ୍‍ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଓ ଶୁଭେଚ୍ଛୁ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଙ୍କର ଉତ୍ତମ ଦୂରଦୃଷ୍ଟି ଓ ପ୍ରଚେଷ୍ଟା ପାଇଁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି। ପ୍ରତିବର୍ଷ ଦେଶର ପ୍ରତିଷ୍ଠିତ ଆଇଆଇଟି ଓ ଏନ୍‍ଆଇଟି ଆଦି ସରକାରୀ ବିଶ୍ୱବିଦ୍ୟାଳୟ ଓ ଘରୋଇ ଲବ୍‍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ସହ ସମକକ୍ଷ ହୋଇ ଉତ୍ତମ ପ୍ରଦର୍ଶନ ଜାରି ରଖିଛି। ଏହା ହିଁ ହେଉଛି କିଟ୍‍ର ସଫଳତା ବୋଲି ପ୍ରତିଷ୍ଠାତା ଶ୍ରୀ ସାମନ୍ତ କହିଛନ୍ତି।

KNews Bureau

Recent Posts

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

5 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

31 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

40 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago