ରାଜ୍ୟ

ଆଜି ମୁଖ୍ୟ ଶାସନ ସଚିବ ପଦରୁ ଅବସର ଗ୍ରହଣ କରିବେ ଅସିତ ତ୍ରିପାଠୀ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବେ ତୁଲାଇବେ ନୂଆ ଦାୟିତ୍ୱ

ଭୁବନେଶ୍ବର: ଆଜି ସରୁଛି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ କାର୍ଯ୍ୟକାଳ । ଅବସର ପରେ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିବେ । ଏହାସହ ତାଙ୍କୁ ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷିବାଣିଜ୍ୟ ଓ ଶିଳ୍ପ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି । ତାଙ୍କ ପରେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ହେବେ ସୁରେଶ ମହାପାତ୍ର ।

୧୯୮୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଅସିତ ତ୍ରିପାଠୀ । ୨୦୧୯, ଅଗଷ୍ଟ ୧୯ ତାରିଖରୁ ସେ ଅଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ । ପାଖାପାଖି ଦେଢ଼ ବର୍ଷ ରାଜ୍ୟ ମୁଖ୍ୟ ସଚିବ ଥିଲେ । ଏହି ସମୟରେ ତାଙ୍କ ଆଗରେ ସବୁଠୁ ବଡ଼ ଆହ୍ଵାନ ଥିଲା କୋଭିଡ୍‌ ମୁକାବିଲା । ମହାମାରୀ ସମୟରେ ଦକ୍ଷତାର ସହ କାର୍ଯ୍ୟ ପରିଚାଳନା କରିଥିଲେ ।

ପ୍ରଶାସନିକ କାର୍ଯ୍ୟରେ ଲମ୍ବା ଅଭିଜ୍ଞତା ଯୋଗୁ ବିଭିନ୍ନ କାର୍ଯ୍ୟକୁ ସଫଳତାର ସହ ପ୍ରତିପାଦନ କରିଛନ୍ତି । ସେହିପରି ତାଙ୍କ ସମୟରେ ପୁରୀରେ ହେରିଟେଜ୍‌ କରିଡର, ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଏକାମ୍ର କ୍ଷେତ୍ର ବିକାଶ ଯୋଜନା ଓ ଏସସିବିକୁ ଏମ୍ସ ପ୍ଲସ ଅନୁଷ୍ଠାନ କରି ଗଢ଼ି ତୋଳିବା ନେଇ ବିକାଶ ଓ ଉନ୍ନତିମୂଳକ କାମ ତାଙ୍କ ସମୟରେ ଆରମ୍ଭ ହୋଇଥିଲା । ଆଗକୁ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ମଙ୍ଗ ଧରିବେ ଅସିତ ତ୍ରିପାଠୀ ।

Sonalisa

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

2 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

11 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

14 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

48 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

49 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago