ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବ ଶର୍ମା

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବ ଶର୍ମା। ସପରିବାର ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । କଡା ସୁରକ୍ଷା ମଧ୍ୟରେ ସିଂହଦ୍ଵାରରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା ।

ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ପୁରୀ ଜିଲ୍ଲା ସଭାପତି ଆଶ୍ରୀତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଶ୍ରୀମନ୍ଦିର ଭିତରେ ବହାରକାଠ ନିକଟରେ ଦର୍ଶନ କରିଥିବା ବେଳେ ବେସ୍ ଭାବବିହ୍ଵଳ ହୋଇପଡିଥିଲେ ।

ଆସାମ ବାସୀଙ୍କ ପାଇଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ବଟଗଣେଶ ଓ କଳ୍ପବଟରେ ମାନସିକ ସୂତ୍ର ବନ୍ଧନ କରିଛନ୍ତି । ସ୍ବଚ୍ଛ ସରକାର ପାଇଁ ଆମର ସର୍ବଦା ପ୍ରୟାସ ରହିବ ବୋଲି କହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବ ଶର୍ମା । ଆସାମବାସୀଙ୍କ ପାଇଁ ଶ୍ରୀକ୍ଷେତ୍ରରେ ଏକ ଯାତ୍ରୀ ନିବାସ କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି ଲେଖିବେ ବୋଲି କହିଛନ୍ତି ଆସାମ କୌଳିକ ପଣ୍ଡା ।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.