ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ନାବାଳିକା ଅସଦାଚରଣ ଓ ଶିଶୁ ନିଖୋଜ ପ୍ରସଙ୍ଗରେ ବିରୋଧୀ ବିଧାୟକଙ୍କ ନାରାବାଜି

ଭୁବନେଶ୍ବର : ବିଧାନସବା ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ତାତି। ଶିଶୁ ନିଖୋଜ ଓ ନାବାଳିକା ଅସଦାଚରଣ ପ୍ରସଙ୍ଗରେ ବିରୋଧୀଙ୍କ ହୋହଲ୍ଲା । ଏହି ପ୍ରସଙ୍ଗରେ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟ ମାନେ ହଟ୍ଟଗୋଳ କରିଥିଲେ । ଗୃହର ମଧ୍ୟଭାଗକୁ ଆସି ବିଜେପି ବିଧାୟକମାନେ ହୋହଲ୍ଲା କରିଥିଲେ । ସେହିପରି ନିଜ ନିଜ ଆସନରେ ଛିଡ଼ା ହୋଇ କଂଗ୍ରେସ ବିଧାୟକମାନେ ନାରାବାଜି କରିଥିଲେ । ଫଳରେ ଗୃହକାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଅପରାହ୍ନ ୩ଟା ଯାଏଁ ମୁଲତବୀ ରଖିଛନ୍ତି । ଗତକାଲି ଉଭୟ ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ କରିଥିଲେ ବିରୋଧୀ । ସ୍ପଷ୍ଟୀକରଣ ଦାବି କରି ହଙ୍ଗମା କରିଥିଲେ। ଫଳରେ ବାରମ୍ବାର ଗୃହ ମୁଲତବୀ ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.