ରାଜ୍ୟ

ମୌସୁମୀ ଅଧିବେଶନ: ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ, ଅପରାହ୍ଣ ୫ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର (କେନ୍ୟୁଜ): ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏମାନେ ସମସ୍ତେ ଦିବଙ୍ଗତ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଦିବଙ୍ଗତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

ଅପରାହ୍ଣ ୫ଟା ଯାଏ ବିଧାନସଭାକୁ ମୁଲତବୀ ରଖାଯାଇଛି। ନୂତନ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହ ପରିଚାଳନା କରିଛନ୍ତି। ଅପରାହ୍ଣ ୫ଟାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ପ୍ରଥମ ଦିନରେ ଆଗତ ହେବ ୨୦୨୩-୨୦୨୪ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ । ପ୍ରାୟ ୨୧ ହଜାର କୋଟିରୁ ଅଧିକ ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଅକ୍ଟୋବର ୪ ତାରିଖ ଯାଏ ଚାଲିବ ମୌସୁମୀ ଅଧିବେଶନ ।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago