ରାଜ୍ୟ

ବନ୍ଧା ହେଲେ କୋଟିପତି ସହକାରୀ ଯନ୍ତ୍ରୀ ଅର୍ଜୁନ ସାହୁ, ୨୧ପ୍ଲଟ ସହ; ୭୦ ଲକ୍ଷର ଡିପୋଜିଟ ଠାବ

ଭୁବନେଶ୍ୱର (କେନ୍ୟୁଜ): ବନ୍ଧା ହେଲେ କୋଟିପତି ସହକାରୀ ଯନ୍ତ୍ରୀ । ସାଲେପୁର ଗ୍ରାମ୍ୟ ପୂର୍ତ୍ତ ବିଭାଗ ସବ ଡିଭିଜନ ସହକାରୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁଙ୍କୁ ଗିରଫ କଲା ଭିଜିଲାନ୍ସ । ଆଜି ତାଙ୍କୁ ଭୁବନେଶ୍ବର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ । ଆୟ ବର୍ହିଭୂତ ସମ୍ପତ୍ତି ନେଇ ଭିଜିଲାନ୍ସକୁ ସନ୍ତୋଷଜନକ ଉତ୍ତର ଦେଇପାରିଲେନି ଅର୍ଜୁନ ସାହୁ।

ଗତକାଲି ଏକକାଳୀନ ୮ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର ଖଣ୍ଡଗିରି ବିହାରରେ ଅଛି ତିନି ମହଲା ଘର। ଡେରାବିଶି ସଦାନନ୍ଦପୁରରେ ଅଛି ଦୁଇ ମହଲା ଘର। କେନ୍ଦ୍ରାପଡା ବଳରାମପୁର ଭଡ଼ା ଘରେ ଚଢ଼ାଉ ହୋଇଥିଲା। ସାଲେପୁର ସରକାରୀ ବାସଭବନ ଏବଂ କେନ୍ଦ୍ରାପଡା ରାଇପୁରରେ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରିଥିଲା। କେନ୍ଦ୍ରାପଡା ବଡ଼ହାଟରେ ତାଙ୍କର ସହଯୋଗୀଙ୍କ ଏବଂ କେନ୍ଦ୍ରାପଡାରେ ଅନ୍ୟ ଜଣେ ଘନିଷ୍ଠ ସହଯୋଗୀଙ୍କ ଘରେ ମଧ୍ୟ ଚଢ଼ାଉ ହୋଇଥିଲା। ଏହାସହ ସହକାରୀ ଯନ୍ତ୍ରୀଙ୍କ ୨୧ଟି ପ୍ଲଟ ରହିଛି। ୭୦ ଲକ୍ଷରୁ ଅଧିକ ଟଙ୍କାର ଜମାରାଶି, ୨୧୮ ଗ୍ରାମ ସୁନା ଅଳଙ୍କାର, ୩ଟି ଚାରି ଚକିଆ ଓ ନଗଦ ୩ଲକ୍ଷ ଟଙ୍କା ଜବତ କରିଛି ତଦନ୍ତକାରୀ ଦଳ ।

 

Barsha

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

2 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

3 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

3 hours ago