ରାଜ୍ୟ

ଭିଜିଲାନସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ପଡ଼ିଲେ ଧରା

ଭିଜିଲାନସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର । ରାୟଗଡ଼ା ଜନସ୍ବାସ୍ଥ୍ୟ ଡିଭିଜନର ଆସିଷ୍ଟାଣ୍ଟ ଇଂଜିନୟର ତଥା ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ ସ ହାତରେ ଧରାପଡ଼ିଛନ୍ତି ।

କଣ୍ଟ୍ରାକ୍ଟର ଓ ଜନସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷର ପାଇଁ ଫାଇଲ ପ୍ରୋସେସ କରିବାକୁ ସେ ଏହି ଲାଞ୍ଚ ନେଉଥିଲେ । ଆସିଷ୍ଟାଣ୍ଟ ଇଂଜନିୟର ରମାକାନ୍ତ ମଲ୍ଲିକଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ ହୋଇଛି । ଏଥିସହ ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କର ତିନିଟି ସ୍ଥାନରେ ଚଢ଼ାଉ କରାଯାଇଛି ।

ଝଞ୍ଜାବତି ନଦୀରେ ଥିବା ପମ୍ପ ହାଉସ ମରାମତି ବାବଦର ଏଷ୍ଟିମେଟ କରିବା ପାଇଁ ଠିକାଦାର ସୁମନ୍ତ ପରିଡ଼ାଙ୍କ ଠାରୁ ଆଜି ସେ ଲାଞ୍ଚ ନେଉଥିଲେ। ଗତ ଫେବୃୟାରୀ ମାସରେ ଏହାର ମରାମତି କାର୍ଯ୍ୟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏଷ୍ଟିମେଟ ହୋଇନଥିଲା।

ଏଷ୍ଟିମେଟ କରିବା ପାଇଁ ବାରମ୍ବାର ଲାଞ୍ଚ ମାଗିବାରୁ ଠିକାଦାର ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଏହାପରେ ଆଜି ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟାଳୟ ପରିସରରେ ଥିବା ନିଜ ପ୍ରକୋଷ୍ଠରେ ଲାଞ୍ଚ ଟଙ୍କା ନେବାବେଳେ ଭିଜିଲାନସ୍ ହାତରେ ଧରାପଡିଥିଲେ।

ଭିଜିଲାନ୍ସ ଅତିରିକ୍ତ ଏସପି ଅରୁଣ କୁମାର ନାୟକ ଓ ଇନ୍ସପେକ୍ଟର ତରୁଲତା ବେହେରା ଚଢ଼ାଉ କରି ଧରିଥିଲେ। ଏହାପରେ ସିରିକଣା ସ୍ଥିତ ତାଙ୍କ ଭଡାଘରେ ମଧ୍ୟ ଚଢ଼ାଉ କରିଥିଲେ। ସେଠାରୁ ତାଙ୍କୁ ରାୟଗଡ଼ା ଭିଜିଲାନ୍ସ ଡିଏସପି କାର୍ଯ୍ୟାଳୟ ନିଆଯାଇଛି।

Niharanjan

Recent Posts

ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ : ସିଇଓ

ମହାକାଳପଡ଼ା(କେନ୍ୟୁଜ୍‌): ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ । ପ୍ରେସ୍ ମିଟରେ ସ୍ପଷ୍ଟ କଲେ ମୁଖ୍ୟ…

1 min ago

ଯୁଦ୍ଧ ଶେଷ କରିବାର ସମୟ ଆସିଛି : ବାଇଡେନ

ଯୁଦ୍ଧ ଶେଷ କରିବାର ସମୟ ଆସିଛି । ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ପ୍ରସ୍ତାବ ରଖିଛନ୍ତି ଆମେରିକା ରାଷ୍ଟ୍ରପତି…

14 mins ago

୫୬ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ନାଗପୁର, କେତେ ଡିଗ୍ରୀ ତାପମାତ୍ରା ସହ୍ୟ କରିପାରିବ ମଣିଷ ଶରୀର?

ଏଥର ଗରମ ସମସ୍ତ ରେକର୍ଡ ଭାଙ୍ଗିଦେଇଛି । ଚଳିତ ବର୍ଷ ସମଗ୍ର ଭାରତରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି, ଏଥିଯୋଗୁଁ…

17 mins ago

ହାଇକୋର୍ଟରେ ୧୩୦୦ରୁ ଅଧିକ ପଦବୀ ଖାଲି, ତୁରନ୍ତ କରନ୍ତୁ ଆବେଦନ

ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଗୁଜରାଟ ହାଇକୋର୍ଟରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି…

24 mins ago

ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ

ବାଲେଶ୍ୱର (କେନ୍ୟୁଜ୍‌): ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱର ୭.୪୬ ପ୍ରତିଶତ, ଭଦ୍ରକରେ…

43 mins ago

ପୁଣେ ପୋର୍ସେ କାର ଦୁର୍ଘଟଣା ମାମଲା: ନାବାଳକ ଅଭିଯୁକ୍ତର ମା’ ଗିରଫ, ରକ୍ତ ନମୁନା ବଦଳାଇଥିବା ଅଭିଯୋଗ

ପୁଣେ ପୋର୍ସେ କାର୍ ଦୁର୍ଘଟଣା ମାମଲାରେ ନାବାଳକଙ୍କ ମା’ଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ନାବାଳକ ମା' ଶିବାନୀ…

51 mins ago