କମ୍ବିଂ ଅପରେସନ ବେଳେ ମାଓ କ୍ୟାମ୍ପ ଠାବ, ବିପୁଳ ପରିମାଣରେ ବିସ୍ଫୋରକ ଜବତ
ନୂଆପଡ଼ା ଲାଲବାହିନୀ କ୍ୟାମ୍ପ ଧ୍ବଂସ, ଖସିଗଲେ ମାଓବାଦୀ । ଓଡ଼ିଶା-ଛତିଶଗଡ ସୀମାନ୍ତ ପାଟଦରା ସଂରକ୍ଷିତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ। ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ପାଟଦରା ସଂରକ୍ଷିତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ ହୋଇଛି। ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି।

ନୂଆପଡ଼ା (କେନ୍ୟୁଜ): ନୂଆପଡ଼ା ଲାଲବାହିନୀ କ୍ୟାମ୍ପ ଧ୍ବଂସ, ଖସିଗଲେ ମାଓବାଦୀ । ଓଡ଼ିଶା-ଛତିଶଗଡ ସୀମାନ୍ତ ପାଟଦରା ସଂରକ୍ଷିତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ । ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ପାଟଦରା ସଂରକ୍ଷିତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ ହୋଇଛି । ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି । ପାଟଦରା ସଂରକ୍ଷିତ ଜଙ୍ଗଲରେ ଓଡ଼ିଶା ଓ ଛତିଶଗଡର ଟପ ମାଓନେତା ମେଳି ସହ ବଡଧରଣର ଅଘଟଣ ଘଟେଇବା ପାଇଁ ଯୋଜନା କରୁଥିବା ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା ।
ସେହି ଅଞ୍ଚଳରେ ସିଆରପିଏଫ, ଏସଓଜି ଓ ଡିଭିଏଫ ଯବାନଙ୍କ ପକ୍ଷରୁ ମିଳିତ ଭାବେ କମ୍ବିଂ ଅପରେସନ କରାଯାଇଥିଲା । ଏହାପରେ ମାଓବାଦୀମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ । ପରେ ସେଠାରୁ ପୋଲିସ ମାଓକ୍ୟାମ୍ପ ଠାବ କରିଛି। ଏବେବି ସଂପୃକ୍ତ ଅଂଚଳରେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ ଜାରି ରହିଥିବା ନୂଆପଡ଼ା ଏସପି ଜିଆର ରାଘବେନ୍ଦ୍ର ସୂଚନା ଦେଇଛନ୍ତି।