ପଦ୍ମଭୂଷଣ କବି ରମାକାନ୍ତ ରଥ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାରରେ ସମ୍ମାନୀତ

ଭୁବନେଶ୍ୱର: ରବୀନ୍ଦ୍ର ମଣ୍ଡପରେ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଅନୁଷ୍ଠିତ ହୋଇଛି ୨୦୧୮ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାର ଓ ସାରସ୍ୱତ ସମ୍ବର୍ଦ୍ଧନା ଉତ୍ସବ। ଚଳିତ ବର୍ଷ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାରରେ ସମ୍ମାନୀତ ହୋଇଛନ୍ତି ପଦ୍ମଭୂଷଣ କବି ରମାକାନ୍ତ ରଥ। ସେହିପରି ୧୫ ଜଣ ବରିଷ୍ଠ ପ୍ରତିଭାଙ୍କୁ ସାରସ୍ୱତ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଭାଗବତ ଟୁଙ୍ଗି ପାଇଁ ଅନୁଦାନ ରାଶି ୨୫ରୁ ୫୦ ହଜାରରୁ ବୃଦ୍ଧି ହେବା ନେଇ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। କାର୍ୟ୍ୟକ୍ରମରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଏବଂ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତିର ନିର୍ଦ୍ଦେଶକ ବିଜୟ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.