ରାଜ୍ୟ

ବଢିଲା ବାବା ରାମଦେବଙ୍କ ଅଡୁଆ, ବିଜ୍ଞାପନ ଜାରି ନକରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ବଢିଲା ବାବା ରାମଦେବଙ୍କ ଅଡୁଆ। ଯୋଗଗୁରୁ ରାମଦେବଙ୍କ ମାଲିକାନାରେ ଥିବା ପତଞ୍ଜଳି ଆୟୁର୍ବେଦ ଓ ଏହାର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ଜାରି ହୋଇଛି ଅଦାଲତ ଅବମାନନା ନୋଟିସ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଡାକ୍ତରୀ ଉତ୍ପାଦଗୁଡିକର ବିଜ୍ଞାପନ ଜାରି ନକରିବାକୁ ସୁପ୍ରିମକୋର୍ଟ ପତଞ୍ଜଳି ଆୟୁର୍ବେଦକୁ ନିର୍ଦ୍ଦେଶ ଦେଇଛନ୍ତି।

ଏଲୋପାଥିକ ଔଷଧ ସମ୍ପର୍କରେ ଭ୍ରମାତ୍ମକ ବିଜ୍ଞାପନକୁ ନେଇ ଇଣ୍ଡିଆନ ମେଡିକାଲ ଆସୋସିଏସନର ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ପତଞ୍ଜଳି ଆୟୁର୍ବେଦ ଭ୍ରମାତ୍ମକ ବିଜ୍ଞାପନ ଦେଇ ସାରା ଦେଶକୁ ଭ୍ରମିତ କରୁଛି। ଏହା ଦୁର୍ଭାଗ୍ୟଜନକ। ସରକାର ଆଖି ବନ୍ଦ କରି କାହିଁକି ରହିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଜଷ୍ଟିସ ହିମା କୋହଲି ଓ ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲାଙ୍କୁ ନେଇ ଗଠିତ ଖଣ୍ଡପୀଠ।

ଗତବର୍ଷ ନଭେମ୍ବର ମାସରେ ମଧ୍ୟ କୋଭିଡ ସମ୍ପର୍କରେ ଭ୍ରମାତ୍ମକ ବିଜ୍ଞାପନ ପାଇଁ ସୁପ୍ରିମକୋର୍ଟ ପତଞ୍ଜଳି ଆୟୁର୍ବେଦକୁ ତାଗିଦ୍ କରିଥିଲେ। ଏହାସହିତ ସରକାରଙ୍କୁ ଏପରି ଭ୍ରମାତ୍ମକ ବିଜ୍ଞାପନ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୫ ତାରିଖରେ ହେବ।

Niharanjan

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

3 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

6 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

7 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

7 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

9 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

9 hours ago