Categories: ରାଜ୍ୟ

ଭିନ୍ନ ଭିନ୍ନ ଦାବି ନେଇ ୧୨ ଘଣ୍ଟିଆ ବଡମ୍ବା ଓ କବିସୂର୍ଯ୍ୟନଗର ବନ୍ଦ ଡାକରା

କେନ୍ୟୁଜ୍: ବିଭିନ୍ନ ଦାବି ନେଇ ସର୍ବ-ଦଳୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ବଡମ୍ବା ବନ୍ଦ ପାଳନ କରାଯାଉଛି । ବଡମ୍ବା କୋଟ ସାମ୍ନାରେ କଟକ-ନରସିଂହପୁର ମୁଖ୍ୟ ରାସ୍ତାକୁ ଅବରୋଧ କରାଯାଇଛି ।

ରାସ୍ତା ମଝିରେ ଟାୟାର ଜାଳି ରାସ୍ତାରୋକ ହୋଇଛି। ଯାହାଫଳରେ ଯାତାୟତ ଠପ ହୋଇଛି । ବଡମ୍ବା କୋର୍ଟକୁ ସବ ଜର୍ଜ ପ୍ରତିଷ୍ଠା ଦାବି, ଡାକ୍ତରଖାନାରେ ଡାକ୍ତର ଓ ସମ୍ପୂର୍ଣ୍ଣ ସୁବିଧା, ସବ ଜେଲର ସ୍ଥାନାନ୍ତରକୁ ବିରୋଧ ଓ ମାଣିଆବନ୍ଦ ଫାଣ୍ଡିକୁ ଥାନାରେ ପରିଣତ କରିବାକୁ ଦାବି କରାଯାଇଛି ।

କବିସୂର୍ଯ୍ୟନଗର ଓକିଲ ସଂଘ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଥାନା ଅଧିକାରୀ ତପନ କୁମାର ପତି ଓକିଲଙ୍କୁ ଦୁର୍ବ୍ୟବହାର କରିଥିବା ପ୍ରତିବାଦରେ ବନ୍ଦ ପାଳନ କରାଯାଉଛି । ଏଥିପାଇଁ ତାଙ୍କୁ ବଦଳି ଦାବି କରାଯାଇଛି । ସକାଳ ୬ଟାରୁ ବନ୍ଦ ଆରମ୍ଭ କରାଯାଇଛି । ବନ୍ଦ ଯୋଗୁ ଆସିକା-ଭୁବନେଶ୍ୱର ଗାଡି ଚଳାଚଳ ବନ୍ଦ ରହିଛି । ଏହାସହ ସହରରେ ଥିବା ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଥିବାର ଦେଖିବାକୁ ମିଳିଛି ।

KNews Bureau

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

11 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

13 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

16 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

22 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

37 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago