ରାଜ୍ୟ

ବାହାନଗା ରେଳ ଦୁର୍ଘଟଣା: ସତ ଉଗାରିବେ ଗିରଫ ୩ ଅଭିଯୁକ୍ତ, ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ

ବାଲେଶ୍ୱର (କେନ୍ୟୁଜ): ବାହାନଗା ରେଳ ଦୁର୍ଘଟଣାର ସତ ଉଗାରିବେ ଗିରଫ ୩ ଅଭିଯୁକ୍ତ । ସେମାନଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ । ଏଥିପାଇଁ ଅନୁମତି ଦେଇଥିଲେ ସିବିଆଇ ସ୍ୱତନ୍ତ୍ର କୋର୍ଟ । ଗତକାଲି ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରିଥିଲା କେନ୍ଦ୍ରୀୟ ତଦନ୍ତକାରୀ ଟିମ୍‌ । ଏହାପରେ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା । ଗିରଫ ତିନି ଅଭିଯୁକ୍ତ ହେଲେ ସିନିଅର ସେକସନ୍‌ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକସନ୍‌ ଇଞ୍ଜିନିୟର ମହମ୍ମଦ ଅମୀର ଖାନ ଓ ଟେକନିସିଆନ୍‌ ପପୁ କୁମାର ।

ସେମାନଙ୍କ ବିରୋଧରେ ଲାଗିଛି ଆଇପିସିର ଦଫା ୩୦୪ ଓ ୨୦୧ । ଉଦ୍ଦେଶ୍ୟ ନଥାଇ ହତ୍ୟା ଅଭିଯୋଗରେ ଆଇପିସିର ଦଫା ୩୦୪ ଓ ମିଥ୍ୟା ତଥ୍ୟ ଦେବା ଓ ପ୍ରମାଣ ଲୁଚାଇବା ଅଭିଯୋଗରେ ଲାଗିଛି ଦଫା ୨୦୧ । ଅଭିଯୁକ୍ତଙ୍କୁ ଅଧିକ ପଚରାଉଚରା ଓ ଟେକ୍ନୋ ଆନାଲିସିସ୍‌ ପାଇଁ ରିମାଣ୍ଡରେ ନେଇଛି ସିବିଆଇ । ଗତକାଲି ୩ ଜଣଙ୍କୁ ରିମାଣ୍ଡରେ ନେବା ପରେ ଭୁବନେଶ୍ୱର ଚନ୍ଦକା ଥାନାରେ ରଖଯାଇଛି ।

ତେବେ କାହିଁକି ନିଜ କାର୍ଯ୍ୟାଳୟରେ ନରଖି ଅଭିଯୁକ୍ତଙ୍କୁ ଚନ୍ଦକା ଥାନାରେ ରଖିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଜୁନ ୨ ତାରିଖରେ ବାହାନଗା ବଜାର ଷ୍ଟେସନଠାରେ କରମଣ୍ଡଳ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇ ଯଶବନ୍ତପୁର ଏକ୍ସପ୍ରେସ ଓ ମାଲଗାଡ଼ିରେ ପିଟି ହୋଇଥିଲା । ଦୁର୍ଘଟଣା ୨୯୩ ଜୀବନ ନେଇଥିବା ବେଳେ ଆହତ ହୋଇଥିଲେ ହଜାରେରୁ ଅଧିକ ଯାତ୍ରୀ । ଜୁନ୍‌ ୫ ତାରିଖରେ ଦୁର୍ଘଟଣାର ତଦନ୍ତ ଭାର ସିବିଆଇକୁ ଦିଆଯାଇଥିଲା ।

Barsha

Recent Posts

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

1 min ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

3 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

8 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

16 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

34 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

36 mins ago