ରାଜ୍ୟ

ବାହାନଗା ଟ୍ରେନ ଟ୍ରାଜେଡି: ସିଗନାଲିଂ ତ୍ରୁଟିରୁ ହୋଇଛି ଦୁର୍ଘଟଣା, ମାସେ ପରେ ଆସିଲା ରିପୋର୍ଟ

ବାଲେଶ୍ୱର (କେନ୍ୟୁଜ): ବାହାନଗା ରେଳ ଦୁର୍ଘଟଣା ପାଇଁ ଷ୍ଟେସନ୍‌ ମାଷ୍ଟର ଦାୟୀ । ଏଭଳି ସାଂଘାତିକ ତଥ୍ୟ ଆସିଛି ସିଆରଏସ୍‌ ରିପୋର୍ଟରୁ । ସିଗନାଲିଂ ତ୍ରୁଟିରୁ ଦୁର୍ଘଟଣା ଘଟିଥିବା ସ୍ପଷ୍ଟ ହୋଇଛି । ରେଲୱେ ସେଫଟି କମିଶନର ରିପୋର୍ଟରେ ଏହା କୁହାଯାଇଛି । ଷ୍ଟେସନ୍‌ ମାଷ୍ଟରଙ୍କ ଅବହେଳା ହିଁ ଦୁର୍ଘଟଣାର କାରଣ । ସିଗନାଲ ଓ ଟେଲିକମ୍‌ ବିଭାଗର ତ୍ରୁଟିକୁ ତଦନ୍ତ ରିପୋର୍ଟରେ ଦର୍ଶା ଯାଇଛି । ତେବେ ଟ୍ରାକ୍‌୍‌ରେ କୌଣସି ତ୍ରୁଟି ନଥିଲା ।

ଗତ ଜୁନ୍‌ ୨ ତାରିଖରେ ବାଲେଶ୍ୱର ଜିଲ୍ଲା ବାହାନଗା ଷ୍ଟେସନ୍‌ ବଜାର ଠାରେ ଏକାଥରେ ତିନିଟି ଟ୍ରେନ୍‌ ମଧ୍ୟରେ ଧକ୍କା ହୋଇଥିଲା । ଏହି ଭୟଙ୍କର ଦୁର୍ଘଟଣାରେ ୨୯୪ ଜଣ ପ୍ରାଣ ହରାଇଥିବା ବେଳେ ହଜାରେରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିଲେ । ସିଗନାଲିଂରେ ତ୍ରୁଟି ଥିବା ନେଇ ଷ୍ଟେସନ୍‌ ମାଷ୍ଟର ଧ୍ୟାନ ଦେଇ ନଥିଲେ କି ଏ ନେଇ କୌଣସି ପଦକ୍ଷେପ ନେଇନଥିଲେ । ଯାହାଫଳରେ ଏତେବଡ଼ ଦୁର୍ଘଟଣା ଘଟିଗଲା ବୋଲି ସିଆରଏସ୍‌ ରିପୋର୍ଟରେ କୁହାଯାଇଛି ।.

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago