ରାଜ୍ୟ

ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି: ଆଗେ ଆଗେ ବଡ ଭାଇ, ପଛରେ ଭଉଣୀ ଚାନ୍ଦମୁହିଁ ଓ ଭାଇ କଳାଗୋସାଇଁ

ପୁରୀ(କେନ୍ଯୁଜ୍): ଜନ୍ମବେଦୀରେ ଲୀଳାଖେଳା ସାରି ରଥରେ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଘଣ୍ଟଘଣ୍ଟା, ଜୟଜଗନ୍ନାଥ ଧ୍ୱନିରେ କମ୍ପୁଛି ରଥପଥ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଦିନ ୧୨ଟା ପରିବର୍ତ୍ତେ ସକାଳ ୮ଟାରୁ ଆରମ୍ଭ ହୋଇଥିଲା ଶ୍ରୀଜିଉଙ୍କ ପହଣ୍ଡି ବିଜେ। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରୁ ଧାଡ଼ି ପହଣ୍ଡିରେ ମହାପ୍ରଭୁଙ୍କ ଆଣି ରଥାରୁଢ କରାଯାଇଥିଲା । ୩ ଠାକୁରଙ୍କ ପହଣ୍ଡି ଶେଷ ହେବା ପରେ ଛେରା ପହଁରା ନୀତି ଅନୁଷ୍ଠିତ ହୋଇଥିଲା।

ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ସୁଭଦ୍ରାଙ୍କ ଦେବଦଳନ ରଥ ଟଣା ଆରମ୍ଭ ହୋଇଥିଲା । ପରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଟାଣିଥିଲେ ସେବାୟତ । କରୋନା କଟକଣା ଭିତରେ ରଥଟଣା ଆରମ୍ଭ ହୋଇଥିଲା। ରଥରେ ଫେରିବା ବାଟରେ ମାଉସୀମା ମନ୍ଦିର ନିକଟରେ ଘଡ଼ିଏ ଅଟକିଥିଲେ ଶ୍ରୀଜିଉ ।

ମହାପ୍ରଭୁଙ୍କୁ ପୋଡ଼ ପିଠା ଲାଗି କରାଯାଇଥିଲା । ତିନି ରଥକୁ ଭାବଭକ୍ତିର ସହ ଭିଡ଼ି ନେଇଥିଲେ ଶ୍ରଦ୍ଧାଳୁ । ବାହୁଡ଼ା ଯାତ୍ରା ପାଇଁ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଲାଗୁ କରାଯାଇଛି । ଆସନ୍ତାକାଲି ରଥ ଉପରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago