ରାଜ୍ୟ

ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ, ୩୦ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ହୋଇଥିଲା ସମାଗମ

ଭୁବନେଶ୍ବର(କେନ୍ୟୁଜ୍): ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି। ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା। ଅପରାହ୍ନ ୪ଟାରେ ଭକ୍ତମାନେ ମହାପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଓ ଜଗନ୍ନାଥଙ୍କ ରଥକୁ ଟାଣିଥିଲେ।

ଶ୍ରୀବାଣୀକ୍ଷେତ୍ରର ରଥଯାତ୍ରାର ଏକ ବିଶେଷତ୍ୱ ହେଉଛି ଏଠାରେ ମାଆ ସୁଭଦ୍ରାଙ୍କ ରଥକୁ ମହିଳାମାନେ ଟାଣିଥାନ୍ତି । ତିନି ରଥଙ୍କୁ ଗୁଣ୍ଡିଚା ମନ୍ଦିରରୁ ଶ୍ରୀବାଣୀକ୍ଷେତ୍ର ପର୍ଯ୍ୟନ୍ତ ଟଣାଯାଇଥିଲା। ବାହୁଡ଼ା ଯାତ୍ରା ଦେଖିବା ଲାଗି ସ୍ଥାନୀୟ ଅଞ୍ଚଳରୁ ପ୍ରାୟ ୩୦ହଜାରରୁ ଊର୍ଦ୍ଧ୍ୱ ଭକ୍ତ ସମାଗମ ହୋଇ ସୁସଜ୍ଜିତ ନନ୍ଦିଘୋଷ, ତାଳଧ୍ୱଜ ଓ ଦେବଦଳନ ରଥକୁ ଟାଣିବା ସହ ଦୈବୀକୃପା ଲାଭ କରିଥିଲେ। ଘଣ୍ଟଘଣ୍ଟା, ମର୍ଦ୍ଦଳ ଧ୍ୱନୀ ଓ ହୁଳହୁଳିରେ ରଥଦାଣ୍ଡ କମ୍ପିଥିଲା। ଆସନ୍ତା କାଲି ଶ୍ରୀଜୀଉମାନଙ୍କ ସୁନାବେଶ ଅନୁଷ୍ଠିତ ହେବ। ଭକ୍ତମାନେ ଯେପରି ସୁଚାରୁ ରୂପେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିପାରିବେ ସେଥିପାଇଁ କିଟ୍‍ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Sasmita

Recent Posts

ଜୁଆଣି ଖାଇବାର ଉପକାରିତା, ୟୁରିକ୍‌ ଏସିଡ୍‌ ଏବଂ କୋଷ୍ଠକାଠିନ୍ୟ ଭଳି ସମସ୍ୟାରୁ ମିଳିବ ମୁକ୍ତି

ଆଜିର ପରିବର୍ତ୍ତିତ ଲାଇଫ୍‌ ଷ୍ଟାଇଲ୍‌ରେ, ଯୁବକ ଠାରୁ ମଧ୍ୟମ ବୟସ୍କର ଲୋକ ସମସ୍ତେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି…

4 seconds ago

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

8 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

21 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

27 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

57 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago