Below header

ଶଙ୍ଖ ଛାଡି ପଦ୍ମ ଧରିଲେ ନବରଙ୍ଗପୁର ସାଂସଦ

ନବରଙ୍ଗପୁର (କେନ୍ୟୁଜ୍) : ପଦ୍ମ ପୋଖରୀରେ ବୁଡ଼ ପକାଇଛନ୍ତି ବିଜେଡି ଛାଡ଼ିଥିବା ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ। ନୂଆଦିଲ୍ଲୀ ବିଜେପି କାର‌୍ୟ୍ୟାଳୟରେ ସେ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ ପ୍ରଭାରୀ ଅରୁଣ ସିଂହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। ଏହାପରେ ସେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଭେଟିଥିଲେ।

୨ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥଲେ। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଥିଲେ। ନବରଙ୍ଗପୁରରେ କଂଗ୍ରେସ ନେତା ପ୍ରଦୀପ ମାଝୀଙ୍କ ପତିଆରା ବଢୁଥିବାରୁ ଏଠାରେ ବିଜେଡି ମନ୍ତ୍ରୀ ରମେଶ ମାଝୀଙ୍କୁ ପ୍ରାର୍ଥୀ କରିବ ବୋଲି କୁହାଯାଉଛି। ଏଥିରେ ଅସନ୍ତୁଷ୍ଟ ବଳଭଦ୍ର ବିଜେଡିରୁ ଇସ୍ତଫା ଦେଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.