ରାଜ୍ୟ

ମହଙ୍ଗା ପଡ଼ିଲା ଆୟଠୁ ଅଧିକ ସମ୍ପତ୍ତି ଠୁଳ, ଗିରଫ ହେଲେ ବଲାଙ୍ଗିର ଆୟୁର୍ବେଦିକ କଲେଜ ଓ ହସ୍ପିଟାଲର ଅଧ୍ୟକ୍ଷ

ମହଙ୍ଗା ପଡ଼ିଲା ଆୟଠୁ ଅଧିକ ସମ୍ପତ୍ତି ଠୁଳ । ଗିରଫ ହେଲେ ବଲାଙ୍ଗିର ଆୟୁର୍ବେଦିକ କଲେଜ ଓ ହସ୍ପିଟାଲର ଅଧ୍ୟକ୍ଷ ସୁଦର୍ଶନ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ଆୟଠାରୁ ୧୧୩ ପ୍ରତିଶତ ଅଧିକ ସମ୍ପତ୍ତି ରଖିଥିଲେ ସୁଦର୍ଶନ ।

ଗତକାଲି ଗତକାଲି ବଲାଙ୍ଗୀର ଓ ପୁରୀରେ ତାଙ୍କର ଘର, ଅଫିସ ସମେତ ଏକକାଳୀନ ୬ ଜାଗାରେ ରେଡ କରିଥିଲା ଭିଜିଲାନ୍ସ ଟିମ୍ । ୨ କୋଟିରୁ ଅଧିକ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିଲେ । ଚଢାଉ ବେଳେ ସୁଦର୍ଶନଙ୍କ ସମ୍ପତ୍ତି ଦେଖି ଭିଜିଲାନସ ଆଖି ଟେରା।

ଯେଉଁଥିରେ ରହିଛି ୨୮ଟି ପ୍ଲଟ୍ । ଭୁବନେଶ୍ବର, ଗୋପ, ପିପିଲି ଓ ସତ୍ୟବାଦୀରେ ଏସବୁ ପ୍ଲଟ ରହିଛି । ସେହିପରି ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ରହିଛି ୩ଟି ବହୁତଳ କୋଠା ରହିଛି । ସାକ୍ଷୀଗୋପାଳ ବ୍ଲକ ଛକରେ ରହିଛି ୩ ମହଲା କୋଠା । ସତ୍ଯବାଦୀ ଶ୍ରୀରାମଚନ୍ଦ୍ରପୁରରେ ଦୁଇ ମହଲା ଘର ଓ ଗୋପ ସୋରିଷପଦାରେ ଗୋଟିଏ ଘର ରହିଛି । ସେହିପରି ରେଡ୍ ବେଳେ ୨୫୦ ଗ୍ରାମ୍ ସୁନାଗହଣା ଓ ୩ଟି ଦାମୀ କାର୍ ଠାବ ହୋଇଛି ।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago