ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତ’ଙ୍କ ପରଲୋକ, ଲିଭର ଜନିତ ରୋଗରେ ଆକ୍ରାନ୍ତ ଥିଲେ

ବାଲେଶ୍ୱର: ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ଲିଭର ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ ଗତ କିଛି ମାସ ଧରି ଚିକିତ୍ସାଧୀନ ଥିଲେ ।

ସେ ୨୦୧୯ ସାଧାରଣ ନିର୍ବାଚନରେ ବାଲେଶ୍ୱର ସଦରରୁ ବିଧାୟକ ଭାବେ ବିଜେପି ଟିକଟରେ ନିର୍ବାଚିତ ହୋଇଥିଲେ । ସେ ଜଣେ ଲୋକପ୍ରିୟ ଓ ତୃଣମୂଳ ସ୍ତରର ନେତା ଭାବେ ବେଶ ପରିଚିତ । ମଦନ ମୋହନ ପୂର୍ବରୁ ରେମୁଣା ବ୍ଲକ ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦର ଉପସଭାପତି ଥିଲେ |

Leave A Reply

Your email address will not be published.