Below header

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ, ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ସଜେଇ ହେବେ ଶ୍ରୀଜିଉ

ଆଜି ମହାପ୍ରଭୁଙ୍କର ବଳିବାମନ ବେଶ । ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସଂପନ୍ନ ହୋଇଥିଲା । ଆଜି ଶ୍ରୀଜଗନ୍ନାଥ ବାମନ ରୂପୀ ବାଳକ ବେଶରେ ତନ୍ନ ସିଂହାସନରେ ଉଭା ହେବେ । ସେହିପରି ବଡ଼ ଭାଇ ବଳଭଦ୍ର ରାଜବେଶ ଧାରଣ କରିବେ ଓ ମା'ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ ।

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ ।

ଆଜି ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜିତ କରାଯିବ । ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ । ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାବନ ବେଶ ଶହ ଶହ ବର୍ଷ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.