Below header

ବାଲିଗୁଡା ଆସନରୁ ନାମାଙ୍କନ ଭରିଲେ ଚକ୍ରମଣୀ କହଁର

ବାଲିଗୁଡା ବିଧାନସଭା ଆସନରୁ ନାମାଙ୍କନ ଭରିଲେ ବିଜେଡି ବିଧାୟକ ପ୍ରାର୍ଥୀ ଚକ୍ରମଣୀ କହଁର l କନ୍ଧମାଳ ବିଜେଡି ସାଂସଦ ପ୍ରାର୍ଥୀ ଡ. ଅଚ୍ୟୁତ ସାମନ୍ତ, ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବାଲିଗୁଡା ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ବାଲିଗୁଡା (କେନ୍ୟୁଜ୍‌): ବାଲିଗୁଡା ବିଧାନସଭା ଆସନରୁ ନାମାଙ୍କନ ଭରିଲେ ବିଜେଡି ବିଧାୟକ ପ୍ରାର୍ଥୀ ଚକ୍ରମଣୀ କହଁର l କନ୍ଧମାଳ ବିଜେଡି ସାଂସଦ ପ୍ରାର୍ଥୀ ଡ. ଅଚ୍ୟୁତ ସାମନ୍ତ, ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବାଲିଗୁଡା ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ବାଲିଗୁଡା ବିଜେଡି କାର୍ଯ୍ୟାଳୟରେ ବିଜୁ ପଟ୍ଟନାୟକଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ଆଶୀର୍ବାଦ ନେଇ ବିରାଟ ଶୋଭାଯାତ୍ରା ବାହାରିଥିଲେ ଚକ୍ରମଣୀ l ବାଲିଗୁଡା ନିର୍ବାଚନ ମଣ୍ଡଳୀର ସଂଯୋଜକ ଟୁନା ଦାସଙ୍କ ନେତୃତ୍ୱରେ ୪ଟି ବ୍ଲକ ର ୩୦ ହଜାରରୁ ଅଧିକ ବିଜୁ ପ୍ରେମୀ,ବିଜେଡି କର୍ମୀ ଓ ଶୁଭେଛୁଙ୍କ ସହ ବିରାଟ ଶୋଭାଯାତ୍ରାରେ ଆସି ଚକ୍ରମଣୀ କହଁର ନୋମିନେସନ କରିଛନ୍ତି l

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛଶାସନ, ଲୋକାଭିମୁଖୀ ଯୋଜନା ଓ ବିକାଶ ଧାରାକୁ ବଜାୟ ରଖିବା ସହ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲ ପାଇବା ହଜାର ହଜାର ବିଜେଡି କର୍ମୀଙ୍କ ଜନ ସମାବେଶ ବୋଲି କହିଛନ୍ତି କନ୍ଧମାଳ ବିଜେଡି ସାଂସଦ ପ୍ରାଥୀ ଡ. ଅଚ୍ୟୁତ ସାମନ୍ତ l ଏହି ଅବସରରେ ବାଲିଗୁଡା ନିର୍ବାଚନ ମଣ୍ଡଳୀ ସଂଯୋଜକ ଟୁନା ଦାସ, ପର୍ଯ୍ୟବେକ୍ଷକ ଅଜୟ ମହାରଣା, ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ରାଜୀବ ପାତ୍ର, ତୁମୁଡିବନ୍ଧ ବ୍ଲକ ବିଜେଡି ସଭାପତି ପ୍ରମୋଦ ସାହୁ, ଜିଲ୍ଲା ପରିଷଦ ଅଧକ୍ଷ୍ୟା ନନ୍ଦିନୀ ମଳିକ, ବାଲିଗୁଡା ନଗର ସଭାପତି ଅବନୀକାନ୍ତ ନାୟକ, ବାଲିଗୁଡା ଏନଏସି ଅଧକ୍ଷ୍ୟ ଗୋବିନ୍ଦ ପ୍ରଧାନଙ୍କ ସମେତ ବହୁ ବିଜେଡି କର୍ମୀ ଓ ନେତା ଉପସ୍ଥିତ ଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.