ଟାଙ୍ଗୀ(କେନ୍ୟୁଜ୍) : ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥ ନାଭାଲ୍ ଫାଣ୍ଡି ନିକଟରେ ଘଟିଯାଇଥିବା ସଡ଼କ ଦୁର୍ଘଟଣାରେ ବାଲୁଗାଁ ଗୃହରକ୍ଷୀ ଜଗତ ଜୀବନଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି ।
ସୂଚନାନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ୩୦ ମିନିଟ୍ରେ ବାଲୁଗାଁ ଥାନାରେ କାର୍ଯ୍ୟରତ ଗୃହରକ୍ଷୀ ଜଗତ ଜୀବନ ସେଠୀ (୪୩) ନିଜର ବ୍ୟକ୍ତିଗତ କାର୍ଯ୍ୟରେ ଗଞ୍ଜାମ ଯାଇ ସେଠାରୁ ନିଜ ବାଇକ୍ ଯୋଗେ ଫେରୁଥିଲେ । ନାଭାଲ ଫାଣ୍ଡି ନିକଟରେ ଠିଆ ହୋଇଥିବା ଏକ ଟ୍ରକକୁ ସେ ଭାରସାମ୍ୟ ହରାଇ ଶକ୍ତ ଧକ୍କା ଦେଇଥିଲେ ।
ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବାଲୁଗାଁ ଅଗ୍ନିଶମ କର୍ମଚାରୀ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଜଗତଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ l ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଜଗତ ଜୀବନଙ୍କ ଘର ଚିଲିକା ବ୍ଲକ୍ ସ୍ଥିତ ରାହାଣବିଲି ଗାଁରେ । ବାଲୁଗାଁ ନାଭାଲ ଫାଣ୍ଡି ଅଧିକାରୀ ଏବଂ ବାଲୁଗାଁ ଆଇଆଇସି ଉକ୍ତ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି l
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…