Below header

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଣଭୋଜି ବେଶ, କୃଷ୍ଣ-ବଳରାମ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଣଭୋଜି ବେଶ । ମଙ୍ଗଳବାର ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି । ମଙ୍ଗଳବାର ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ।

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଣଭୋଜି ବେଶ । ମଙ୍ଗଳବାର ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି । ମଙ୍ଗଳବାର ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ। ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିତ ରହିଛି । ଏହି ପରମ୍ପରାକୁ ସ୍ମରଣ କରି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କୁ ଏହି ବେଶ କରାଯାଇଥାଏ ।

ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ମଧ୍ୟ କରାଯିବ । ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇବେ । ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ। ଭିତରଚ୍ଛ ମହାପାତ୍ର ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ । ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ବଣଭୋଜି ବେଶରେ ଠାକୁରଙ୍କୁ ପ୍ରାୟ ୧୮ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.